fbpx

ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ମିଳିଲା ସର୍ତମୂଳକ ଜାମିନ

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ବରିଷ୍ଠ ସାମ୍ବାଦିକ ତଥା ଘରୋଇ ନ୍ୟୁଜ ଚ୍ୟାନେଲ ସଂପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ହାଇକୋର୍ଟରୁ ସର୍ତମୂଳକ ଜାମିନ ମିଳିଛି । ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଇଓଡବ୍ଲୁ ଅର୍ଦ୍ଧେନ୍ଦୁଙ୍କୁ ଗିରଫ କରିଥିଲା ।

ସୂଚନା ଥାଉକି, ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି । ଏହି ମାମଲାରେ ଗତ ଜୁନ୍‌ ୨୯ ତାରିଖ ରାତିରେ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଂଚଳରୁ ଉଠାଇ ନେଇ ଜେରା କରିବା ପରେ ଇଓଡବ୍ଲୁ ଗିରଫ କରିଥିଲା । ଦିଲ୍ଲୀର ଜଣେ ବ୍ୟବସାୟୀଙ୍କ ନିକଟରୁ ଅର୍ଦ୍ଧେନ୍ଦୁ ଦାସ ନିଜ ଚ୍ୟାନେଲ ପାଇଁ ପ୍ରାୟ କୋଟିଏ ଟଙ୍କାର ଜିନିଷ କିଣିଥିଲେ । ମାତ୍ର ସେ ଏହି ଟଙ୍କା ଦେଇ ନ ଥିବା ନେଇ ବ୍ୟବସାୟୀଜଣକ ଅଭିଯୋଗ କରିଥିଲେ ।

ସେହିପରି ଅର୍ଦ୍ଧେନ୍ଦୁ ଦାସଙ୍କ ନାମରେ ବଡଗଡ଼ ଥାନା, ମର୍କତନଗରୀ ଥାନା ଓ ପୁରୀଘାଟ ଥାନାରେ ଆଉ ୩ଟି ମାମଲା ରୁଜୁ ହୋଇଥିଲା । ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଘରଭଡ଼ା ବାବଦ ଦେୟ ଅର୍ଦ୍ଧେନ୍ଦୁ ଦାସ ଦେଇ ନ ଥିବା ନେଇ ଘରମାଲିକ ବଡଗଡ଼ ଥାନାରେ ଅଭିଯୋଗ କରିଥିଲେ । ଅର୍ଦ୍ଧେନ୍ଦୁଙ୍କ ଚ୍ୟାନେଲରେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀ ଦରମା ପାଇ ନ ଥିବା ନେଇ ମର୍କତନଗରୀ ଥାନାରେ ଅଭିଯୋଗ କରିଥିଲେ । ଏହାବାଦ ପୁରୀଘାଟ ଥାନାରେ ଅର୍ଦ୍ଧେନ୍ଦୁ ଦାସଙ୍କ ନାଁରେ ଆଉ ଏକ ମାମଲା ରୁଜୁ ହୋଇଥିଲା ।

Get real time updates directly on you device, subscribe now.