fbpx

ସାବଧାନ୍! ଆଗାମୀ ୨୪ ଘଣ୍ଟାରେ ଓଡ଼ିଶାର ଏହି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, IMDର ଚେତାବନୀ

ଭୁବନେଶ୍ୱର: ମୌସୁମୀର ଦ୍ୱିତୀୟ ପର୍ଯ୍ୟାୟରେ ଅନେକ ସ୍ଥାନରେ ବର୍ଷା ଜାରି ରହିଛି । ଏହାରି ମଧ୍ୟରେ ଓଡ଼ିଶା, ରାଜସ୍ଥାନ, ଉତ୍ତରପ୍ରଦେଶର କିଛି ଜିଲ୍ଲା, ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶରେ ମୌସୁମୀ ବର୍ଷାୀ ଲୋକମାନେ ଏଥିରେ ଅଧିକ ପ୍ରଭାବିତ ହୋଇଛନ୍ତି । ମଧ୍ୟପ୍ରଦେଶ ଓ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ୟୁପିର ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିଲା । ଏହାରି ମଧ୍ୟରେ ପାଣିପାଗ ବିଭାଗ ଆଉ ଏକ ଚେତାବନୀ ଦେଇଛି ।

ଓଡ଼ିଶାର ମହାନାଦୀ ଏବଂ ସୁବର୍ଣ୍ଣରେଖା ନଦୀ ଉପତ୍ୟକାରେ ବନ୍ୟା ଆସିବା ପରେ ରାଜ୍ୟରେ ଆଜି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଏକ ବୁଲେଟିନରେ କହିଛି ଯେ, ଦୁଇ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର,କଟକ, ଯାଜପୁର, ଭଦ୍ରକ, ନୟାଗଡ଼, ଖୋର୍ଦ୍ଧା, ରାୟଗଡ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଞ୍ଜାମ, ଅନୁଗୁଳ ଏବଂ ଡେଙ୍କାନାଳରେ ବଜ୍ରପାତ ସହ ଲାଗାଣ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଫଳରେ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି ।

ଆଇଏମଡି ଶୁକ୍ରବାର ଦିନ କହିଛି ଯେ, ଶନିବାର ଦିନ ଗଜପତି, ରାୟଗଡ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲା ବ୍ୟତୀତ ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର ଏବଂ କଳାହାଣ୍ଡି ପାଇଁ ମଧ୍ୟ ଚେତାବନୀ ଦିଆଯାଇଛି । ଓଡ଼ିଶାର କନ୍ଧମାଳ, ନବରଙ୍ଗପୁର, ରାୟଗଡ, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ୨୭ ଅଗଷ୍ଟ ସକାଳ ୮.୩୦ ରୁ ଅଗଷ୍ଟ ୨୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ଚେତାବନୀ ଜାରି କରାଯାଇଛି ।

Get real time updates directly on you device, subscribe now.