fbpx

ଆଜି ବି ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ସମ୍ଭାବନା, ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର (ଓଡ଼ିଶା ଭାସ୍କର): ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଓଡିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନାଗିରି ଓ କୋରପୁଟ ପ୍ରଭୃତି ୨୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରିି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମଧ୍ୟାହ୍ନ ପରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

Get real time updates directly on you device, subscribe now.