fbpx

ରାଜ୍ୟକୁ ପୁଣି ଫେରିବ ବର୍ଷା, ଆସନ୍ତା ୨ ଦିନ ଭିଜାଇବ; ୧୪ ଜିଲ୍ଲାକୁ ଆର୍ଲଟ ଜାରି

ଭୁବନେଶ୍ୱର,(ଭାସ୍କର ନ୍ୟୁଜ): ରାଜ୍ୟରେ ଦୁଇ ଦିନ ଟାଣ ଖରା ଓ ଗୁଳୁଗୁଳି ପରେ ପୁଣି ଫେରିବ ବର୍ଷା। ଆସନ୍ତା ୨ ଦିନ ବିଭିନ୍ନ ଜିଳ୍ଲା ଘଡ଼ଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପକ୍ଷରୁ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗ ସୂଚନା ମୁତାବିକ, ଆସନ୍ତା ଦୁଇ ଦିନ ବର୍ଷିବ । ଗୁରୁବାର ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆର୍ଲଟ ଜାରି କରାଯାଇଛି।

ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Get real time updates directly on you device, subscribe now.