fbpx

ରାଜ୍ୟକୁ ମାଡ଼ି ଆସୁଛି ଦୁଇଟି ଲଘୁଚାପ! ଆସନ୍ତା ସପ୍ତାହରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟବାସୀଙ୍କୁ ବର୍ଷାର ପ୍ରକୋପରୁ ନିସ୍ତାର ନାହିଁ । ଗତ କିଛିଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ବିଭିନ୍ନ ଜିଲ୍ଲାରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ତେବେ ଏବେ ପୁଣି ରାଜ୍ୟବାସୀ ବର୍ଷାର ତାଣ୍ଡବରେ କଲବଲ ହେବେ । ଆସନ୍ତା ସପ୍ତାହରେ ରାଜ୍ୟରେ ପୁଣି ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି ।

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଅନୁଯାୟୀ, ଆସନ୍ତା ୮ ତାରିଖରେ ପ୍ରଥମ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାପରେ ୯ରୁ ୧୫ ତାରିଖ ମଧ୍ୟରେ ୨ୟ ଲଘୁଚାପ ସୃଷ୍ଟି ହୋଇପାରେ । ଏହି ଦୁଇଟି ଲଘୁଚାପ କ୍ଷେତ୍ର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବା ନେଇ ଅନୁମାନ କରାଯାଉଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ୫ ତାରିଖ ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରାଯାଇଥିଲା । ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଥିଲା । ତେବେ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ତେଣୁ ଆଜି ପାଇଁ ରାଜ୍ୟର ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.