fbpx

ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା: ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ବଢ଼ିଯିବ ବର୍ଷାର ପରିମାଣ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪ରୁ ୫ ଦିନ ଯାଏଁ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ବର୍ଷା ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଭୁବନେଶ୍ୱର ଆଶ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ରାଜ୍ୟରେ ପୁଣି ଥରେ ମୌସୁମୀ ସକ୍ରିୟ ହେବାକୁ ଯାଉଛି । ଆସନ୍ତା ୭ ତାରିଖ ଆଡ଼କୁ ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ କିଛି ଦିନ ବର୍ଷା ଲାଗି ରହିବା ସହ ମୌସୁମୀ ମଧ୍ୟ ସକ୍ରିୟ ହୋଇଯିବ । ଏଥିଯୋଗୁଁ ସେପ୍ଟେମ୍ବରରେ ରାଜ୍ୟରେ ବର୍ଷାର ପରିମାଣ ସ୍ୱାଭାବିକ ରହିବ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି ।

ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ପୁରୀ, କଟକ, ଖୋର୍ଧା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଆଦି ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ୭ ତାରିଖ ପରେ ପୁଣିଥରେ ମୌସୁମୀ ସକ୍ରିୟ ହେବା ସହ ବର୍ଷା ଲାଗି ରହିବ ବୋଲି ଆଇଏମଡି କହିଛି ।

Get real time updates directly on you device, subscribe now.