fbpx

ସାମାନ୍ୟ ବଢ଼ିଲା ସୁନା ଦର: ଜାଣନ୍ତୁ ୧୦ ଗ୍ରାମ ପିଛା କେତେ ଅଛି ଦାମ୍ ?

ଭୁବନେଶ୍ୱର: ପାର୍ବଣ ଋତୁ ଆରମ୍ଭ ହୋଇଥିବା ବେଳେ ସୁନା ମୂଲ୍ୟ ବଢ଼ିବାରେ ଲାଗିଛି । ଶୁକ୍ରବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନା ସୁନାର ୧୦ ଗ୍ରାମ ପାଇଁ ସୁନା ମୂଲ୍ୟ ୪୯,୮୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୫,୭୦୦ ଟଙ୍କା ରହିଛି। ଗତ ୨୧ ତାରିଖରେ ୨୪ କ୍ୟାରେଟ୍ ସୁନା ହାର ୪୯,୬୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୪୪୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ରହିଛି। ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୩୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୧୫୦ ଟଙ୍କା ରହିଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି।

ସେପଟେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି। ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୨୪୦ ଟଙ୍କା ବୃଦ୍ଧି ପାଇଛି।

Get real time updates directly on you device, subscribe now.