fbpx

ଅକ୍ଟୋବର ପହିଲାରୁ ବଢ଼ିବ ବର୍ଷା: ଆହୁରି ୩ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଦେଶର ଉତ୍ତର-ପଶ୍ଚିମ ଭାଗର ଅନେକ ଅଂଶ ଏବଂ ପାର୍ଶ୍ୱବର୍ତୀ କେନ୍ଦ୍ରୀୟ ଅଞ୍ଚଳର କିଛି ଭାଗରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି । ଆଗାମୀ ୪ ଦିନ ପର୍ୟ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ । ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୧ ଅକ୍ଟୋବରରୁ ରାଜ୍ୟରେ ବର୍ଷାରେ ବୃଦ୍ଧି ସମ୍ଭାବନା ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.