fbpx

BJD ଛାଡି ବିଜେପିରେ ସାମିଲ ହେଲେ ତେଜେଶ୍ୱର ପରିଡା

ଭୁବନେଶ୍ୱର: ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଉପସ୍ଥିତିରେ କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ନିର୍ବାଚନ ମଣ୍ଡଳୀର ଯୁବନେତା ତଥା ବିଜେଡିର ପୂର୍ବତନ ରାଜ୍ୟ ପ୍ରବକ୍ତା, ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡର ପୂର୍ବତନ ସଭାପତି ଶ୍ରୀ ତେଜେଶ୍ୱର ପରିଡା ଓ ଆଳିର ବିଶିଷ୍ଟ ଶିକ୍ଷାବିତ, ବିଜେଡିର ତୁଙ୍ଗ ନେତା, କନିକା ଏସଏନ କଲେଜର ଅଧ୍ୟକ୍ଷ ଶ୍ରୀ ବୈକୁଣ୍ଠନାଥ ପରିଡା ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି ।

ରାଜ୍ୟ ସଭାପତି ଶ୍ରୀ ମହାନ୍ତି ନୂତନ ଭାବେ ବିଜେପିରେ ସାମିଲ ହୋଇଥିବା ସଦସ୍ୟମାନଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ ଜଣାଇଥିଲେ । ମୋଦି ସରକାରଙ୍କ ଉପରେ ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି ଏବଂ ଆଗାମୀ ଦିନରେ ଓଡିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

ଏହି ମିଶ୍ରଣ ପର୍ବରେ ବିଜେପିର ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡା, ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସହପ୍ରଭାରୀ ଶ୍ରୀ ବିଜୟପାଲ ସିଂତୋମର, ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ମୁଖପାତ୍ର ଡ. ଯତିନ ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ଦାସ, କିଶୋର ପଣ୍ଡା, କୃଷ୍ଣଚନ୍ଦ୍ର ପଣ୍ଡା ଓ ବ୍ରଜେଶ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.