fbpx

୪ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କେନ୍ଦ୍ରାପଡ଼ାର

କେନ୍ଦ୍ରାପଡ଼ା , ୧୨ା୪(ଓଡ଼ିଶା ଭାସ୍କର): ଗତକାଲି ଓଡ଼ିଶାରେ ଆଉ ୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେମାନଙ୍କ ମଧ୍ୟରୁ ଜଣେ କେନ୍ଦ୍ରାପଡ଼ାର ବୋଲି ଜଣାପଡ଼ିଛି । ଆକ୍ରାନ୍ତ ଜଣଙ୍କ କେନ୍ଦ୍ରାପଡ଼ା ସ୍ଥିତ ରାଜନଗର ଅଞ୍ଚଳର ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା । ଏନେଇ ସେହି ଅଞ୍ଚଳକୁ ସିଲ୍ କରିଛି ଜିଲ୍ଲା ପ୍ରଶାସନ । ପୂର୍ବରୁ କେନ୍ଦ୍ରାପଡ଼ାରେ ଜଣେ ରୋଗୀ ଚିହ୍ନଟ ହୋଇଥିଲେ । କେନ୍ଦ୍ରାପଡ଼ାର ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ପହଞ୍ଚିଛି । ସେହିପରି ସୁନ୍ଦରଗଡ଼ ବିସ୍ରାର ୨ଜଣ ବୋଲି ଜଣାପଡ଼ିଛନ୍ତି । ଏନେଇ ସ୍ପଷ୍ଟ କରିଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ ।
ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ୪୧ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.