୧୩ରୁ ଯୁକ୍ତ ୩, ୧୭ରୁ ପିଜି ପ୍ରଥମ ବର୍ଷ ପାଠପଢା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୧୩ ତାରିଖରୁ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢା ଆରମ୍ଭ ହେବ । ସେହିପରି ୧୭ ତାରିଖରୁ ପିଜି ପ୍ରଥମ ବର୍ଷ ପାଠପଢା ଆରମ୍ଭ ହେବ । ଏସମ୍ପର୍କରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଶୁକ୍ରବାର ଦିନ ସମସ୍ତ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷ ଓ ସମସ୍ତ କଲେଜର ଅଧ୍ୟକ୍ଷମାନଙ୍କୁ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି । ଏଥିସହ ସେହି ଦିନ ଠାରୁ ଛାତ୍ରଛାତ୍ରୀଙ୍କ ପାଇଁ ହଷ୍ଟେଲ ବ୍ୟବସ୍ଥା କରିବାକୁ ଚିଠିରେ କୁହାଯାଇଛି ।

Get real time updates directly on you device, subscribe now.