fbpx

୧୮ ପରିବର୍ତ୍ତେ ଆଜି ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦକ୍ଷିଣ ଆଣ୍ଡାମାନ ସାଗରରେ ଆଜି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ସମୁଦ୍ର ପତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଥିବାର ସୂଚନା ଦେଇଛି ପାଣିପାଗ ବିଭାଗ । ଏହାର ଦକ୍ଷିଣ ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୦ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଲଘୁଚାପ ଗତି କରିବ ବୋଲି ପୂର୍ବାନୁମାନ କରାଯାଇଛି । ତେବେ ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ପରେ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।

ଆଉ କିଛି ଦିନ ପରେ ରାଜ୍ୟରେ ଏକ ଛୋଟ ଧରଣର ବାତ୍ୟା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ, ରବିବାର ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ୨୦ କିମ୍ବା ୨୧ରେ ଘନୀଭୂତ ହୋଇ ଲଘୁଚାପ ଓ ୨୩ରେ ଏହା ଅବପାତରେ ପରିଣତ ହେବ । ୨୪ରେ ଏହା ସମୁଦ୍ରରେ ଥିବା ବେଳେ ଏକ ଛୋଟ ଧରଣର ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.