ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୪ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନାରେ ଆକ୍ରାନ୍ତ ଥିବା ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନାରେ ଆକ୍ରାନ୍ତ ଥିବା ୫୬ଜଣଙ୍କ ମଧ୍ୟରୁ ୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ୩୭ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।