fbpx

ସନ୍ଧ୍ୟାରେ କ୍ୟାବିନେଟ ବୈଠକ; ୧୧ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର:ଆଜି ସନ୍ଧ୍ୟାରେ ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ ବୈଠକ । ସନ୍ଧ୍ୟା ପ୍ରାୟ ୫.୩୦ ରେ ଏହି ବୈଠକ ହେବାକୁ ଯାଉଛି । ତେବେ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜି ପାରେ ଆଶା କରାଯାଉଛି । ଚଳିତ ବୈଠକ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଯାଉଥିବା ବେଳେ ଗୁରୁତ୍ୱପୁର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜି ପାରେ ।

ସୂଚନାମୁତାବକ ପାନୀୟ ଜଳ ଯୋଗାଣ, କୃଷି, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ ବିଷୟରେ ହେବ ଆଲୋଚନା ହେବ । ମୁଖ୍ୟମନ୍ତ୍ରୀ ଭିସି ଜରିଆରେ କ୍ୟାବିନେଟ ବୈଠକର ଅଧ୍ୟକ୍ଷତା କରିବେ । କ୍ୟାବିନେଟ ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ଯୋଡି ହେବେ । ବୈଠକରେ ରାଜ୍ୟ ସ୍ବାର୍ଥ ସମ୍ବଳିତ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିବ । ପଞ୍ଚାୟତିରାଜ, ପାନୀୟଜଳ, ମହିଳା ଏବଂ ଶିଶୁ ବିକାଶ, ସ୍ବାସ୍ଥ୍ୟ, ପୂର୍ତ୍ତ, ନଗର ଉନ୍ନୟନ, ଆଇନ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ ବୋଲି ସମ୍ଭାବନା ରହିଛି ।

Get real time updates directly on you device, subscribe now.