HPCL ପକ୍ଷରୁ ବାହାରିଲା ୧୦୦ଟି ପଦବୀ: ଆସନ୍ତା ୧୪ ତାରିଖ ସୁଦ୍ଧା ଆବେଦନ କରନ୍ତୁ

ଚାକିରି ଖୋଜୁଥିବା ଯୁବକ, ଯୁବତୀଙ୍କ ପାଇଁ ଏକ ଖୁସି ଖବର । ହିନ୍ତୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (ଏଚପିସିଏଲ) ପକ୍ଷରୁ ୧୦୦ଟି ପଦବୀ ପାଇଁ ବିଜ୍ଞାପନ ବାହାରିଛି । ପ୍ରାର୍ଥୀଙ୍କୁ ଗ୍ରାଜୁଏଟ ଆପ୍ରେଣ୍ଟାଇସ୍ ଟ୍ରେନି ପଦରେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।

ଜାନୁଆରୀ ମାସ ୭ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୧୪ ତାରିଖରେ ସମାପ୍ତ ହେବ । ୨୦୨୩ ମସିହା ଜାନୁଆରୀ ମାସ ୭ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ୧୮ରୁ ୨୫ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ ହେବ । ପ୍ରାର୍ଥୀ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଥିବା ଆବଶ୍ୟକ ।

ଅନଲାଇନ୍ ଆବେଦନ ଲିଙ୍କ: https://portal.mhrdnats.gov.in/boat/login/user_login.action

ନୋଟିଫିକେସନ ଲିଙ୍କ: https://img.freejobalert.com/uploads/2023/01/Notificaton-HPCL-Apprentice-Posts.pdf

ଅଫିସିଆଲ ୱେବସାଇଟ୍ ଲିଙ୍କ: https://www.hindustanpetroleum.com/

Get real time updates directly on you device, subscribe now.