fbpx

ଚିକିତ୍ସାଧୀନ ଅବସ୍ଥାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ମୃତ୍ୟୁ; ଶେକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ଭୁବନେଶ୍ୱର: ଗୁଳିମାଡରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ହେଇଛି। ଫଳରେ ଏହାକୁ ନେଇ ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବ୍ୟକ୍ତ କରିଛନ୍ତି। ଏଥିସହିତ ସେ ଶୋକସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି। ଏତତ୍ ବ୍ୟତୀତ ଅନ୍ୟ ନେତା ମନ୍ତ୍ରୀ ମାନେ ମଧ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ମୃତ୍ୟୁ ଖବର ଶୁଣିିବା ପରେ ମୁଖ୍ୟମନ୍ତ୍ରୀ ଆପୋଲୋ ହସ୍ପିଟାଲରେ ମଧ୍ୟ ପହଞ୍ଚିଛନ୍ତି। ଏଥିସହିତ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦେହାନ୍ତ ରାଜ୍ୟ ତଥା ଦଳ ପାଇଁ ଏକ ଅପୁରଣିୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରୀ ମଧ୍ୟ କହିଛନ୍ତି ଯେ ନବ ଦାସଙ୍କ ବିୟୋଗରେ ମୁ ଦୁଃଖୀତ ଏବଂ ମର୍ମାହତ ବୋଲି ସେ କହିଛନ୍ତି। ତେବେ ନବଦାସ ଆମ ସରକାର ଏବଂଲ ଦଳର ଆସେଟ୍ ଥିଲେ। ଡାକ୍ତରଙ୍କ ସତ୍ତଚେଷ୍ଟା ପରେ ଆମେ ତାଙ୍କୁ ହରାଇଲୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ନବଦାସଙ୍କ ବିୟୋଗରେ ଗଣଶିକ୍ଷାମନ୍ତ୍ରୀ ସମିର ରଞ୍ଜନ ଦାସ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବରିଷ୍ଠ ନେତା ମନ୍ତ୍ରୀମାନେ ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି।

ତେବେ ମନ୍ତ୍ରୀ ଆଜି ବ୍ରଜରାଜନଗର ଗସ୍ତରେ ଯାଇଥିବା ବେଳେ ତାଙ୍କୁ ଜଣେ ପୋଲିସ ଏଏସଆଇ ଗୁଳିମାଡ କରିଥିଲେ । ଫଳରେ ଗୁଳିଟି ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଛାତିରେ ବାଜିଥିଲା । ଯାହାଫଳରେ ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ନିକଟସ୍ଥଟ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଏୟାର ଲିଫ୍ଟ ଯୋଗେ ବୁବନେଶ୍ୱରର ଆପୋଲୋ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସ୍ୱତନ୍ତ୍ର ଗ୍ରୀନ୍ କରିଡର ମାଧ୍ୟମରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ୫ ଜଣିଆ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରିବା ସହ ଅସ୍ତ୍ରୋପଚାର ମଧ୍ୟ କରିଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.