fbpx

ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବିୟୋଗ; ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଆଜି ଗୁଳିମାଡ ହୋଇଥିବା ବେଳେ ଚିକତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଫଳରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଅନେକ ନେତା ଶୋକ ବ୍ୟକ୍ତ କରିଛନ୍ତି । ଏଥିସହିତ ଦେଶର ପ୍ରଧାନମନ୍ତ୍ରୀ ମଧ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ୍ ମାଧ୍ୟମରେ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି । ସେହିପରି ଆନ୍ଦ୍ରପ୍ରଦେଶ ରାଜ୍ୟପାଳ ବିଭୁତୀ ଭୁଷଣ ହରଚନ୍ଦନ ମାଧ୍ୟ ମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

ଅନ୍ୟପକ୍ଷେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରି କହିଛନ୍ତି ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ସମୟରେ ତାଙ୍କୁ ଗୁଳିମାଡ ପରେ ହସ୍ପିଟାଲରେ ସେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ତାଙ୍କ ସହ ଯେଉଁ ଭଳି ଘଟଣା ଘଟିଛି, ଏହା ମୋତେ ବ୍ୟଥିତ କରିଛି। ଜନପ୍ରତିନିଧି ଭାବରେ ତାଙ୍କର କାର୍ଯ୍ୟ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ନିଜର ଶୋକବାର୍ତ୍ତାରେ ଲେଖିଛନ୍ତି ସ୍ବର୍ଗତ ନବ ଦାସଙ୍କ ଶୋକସନ୍ତପ୍ତ ପରିବାରକୁ ଧୈର୍ଯ୍ୟ ଓ ଶକ୍ତି ଦିଅନ୍ତୁ।

Get real time updates directly on you device, subscribe now.