fbpx

କରୋନା ମୁକ୍ତ ରଖିବାକୁ ଶପଥ ନେଲେ ସରପଞ୍ଚ

ଭୁବନେଶ୍ୱର, ୨୨ା୪(ଓଡ଼ିଶା ଭାସ୍କର): କରୋନା ପାଇଁ ଶପଥ ନେଇଛନ୍ତି ସରପଞ୍ଚ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂରେ ସରପଞ୍ଚମାନଙ୍କ ଶପଥ ପାଠ କରାଇଛନ୍ତି । ନିଜ ପଞ୍ଚାୟତକୁ କରୋନାକୁ ମୁକ୍ତ ରଖିବାକୁ ପରାମର୍ଶ ଦିଆଯାଇଛି । ସେମାନେ ଶପଥ ପାଠ କରିଛନ୍ତି ଯେ ଅନ୍ୟ ରାଜ୍ୟରୁ ଗାଁକୁ ଆସିଥିବା ଲୋକଙ୍କୁ କ୍ୱାରେଣ୍ଟାଇନରେ ରଖିବେ । ସେମାନଙ୍କ ରହିବା, ଖାଇବା, ଚିକିତ୍ସାର ଉଚିତ ବ୍ୟବସ୍ଥା କରିବେ । ସରକାରଙ୍କ ସବୁ ପଦକ୍ଷେପକୁ କଡ଼ାକଡ଼ି ଭାବେ ପାଳନ କରାଯିବ । ଲୋକଙ୍କ ମଙ୍ଗଳ ପାଇଁ ନିଷ୍ଠାର ସହ ଏହାସୁବ ପାଳନ ହେବ । ମୋ ପଞ୍ଚାୟତରେ କରୋନାକୁ ପଶିବାକୁ ଦେବି ନାହିଁ ବୋଲି ସରପଞ୍ଚମାନେ ଶପଥ କରିଛନ୍ତି ।

Get real time updates directly on you device, subscribe now.