fbpx

ରାଜ୍ୟର ତିନି ନୂଆ ଜିଲ୍ଲାକୁ ବ୍ୟାପିଲା କରୋନା, ଜାଣନ୍ତୁ କେଉଁ କେଉଁ ଜିଲ୍ଲା

ଭୁବନେଶ୍ୱର, ୨୯ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ତିନି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଏହି ତିନି ନୂଆ ଆକ୍ରାନ୍ତ ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରରର ବୋଲି ଜଣାପଡ଼ିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାରେ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୨୨କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ କରୋନାରେ ୮୩ଜଣ ସକ୍ରିୟ ରହିଛନ୍ତି ।

Get real time updates directly on you device, subscribe now.