fbpx

ଆଜିଠୁ ୫ ଦିନ ରାଜ୍ୟରେ ବର୍ଷା ;ପ୍ରବଳ ବର୍ଷା ସମ୍ଭାବନାରେ ୧୦ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି

ଭୁବନେଶ୍ୱର: ଆଜି ଠାରୁ ରାଜ୍ୟରେ ତାତି କମିବ କାରଣ ଆଜି ଠୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଗତ କିଛି ଦିନ ହେବ ଯେଉଁ ଶୁଷ୍କ ପବନ ପ୍ରବାହିତ ହେଉଥିଲା ତା’ର ଦିଗରେ ଧୀରେ ଧୀରେ ପରିବର୍ତ୍ତନ ହେଉଛି । ତେବେ ଗୁରୁଚାପ ବଳୟ; ଯାହା ବଙ୍ଗୋପସାଗରର ଦକ୍ଷିଣକୁ ଥିଲା ତାହା ଧୀରେ ଧୀରେ ଓଡ଼ିଶା ମୁହାଁ ହୋଇଛି । ଫଳରେ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗରୁ ଯେଉଁ ଶୁଷ୍କ ବାୟୁ ପ୍ରବାହିତ ହେଉଥିଲା, ତା’ର ପ୍ରଭାବ ଧୀରେ ଧୀରେ କମିବ ।

ତେବେ ଜଳୀୟବାଷ୍ପପୂର୍ଣ ବାୟୁ ଆସିଲେ ଏହି ତାପମାତ୍ରା ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

ଶ୍ରୀ ଦାଶ କହିଛନ୍ତି ଯେ ୧୬ ତାରିଖ ପୂର୍ବାହ୍ନ ସୁଦ୍ଧା ରାଜ୍ୟର କିଛି ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିବ । ମାତ୍ର ପରେ ପାଗରେ ପରିବର୍ତ୍ତନ ଘଟିବ। ୧୭ରୁ ୨୦ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ବୋଲି ସେ କହିଛନ୍ତି । ସେହିପରି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୧୬ ତାରିଖ ପୂର୍ବାହ୍ନ ପରଠାରୁ ୧୭ ତାରିଖ ମଧ୍ୟରେ ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ କେନ୍ଦୁଝରର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।ତେଣୁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ସେହିପରି ଏହି ସମୟରେ ରାଜ୍ୟର ଅନ୍ୟ ଜିଲ୍ଲାରେ ପାଗ ଶୁଖୁଲା ରହିବ ।

୧୮ତାରିଖ ମଧ୍ୟରେ ଉପକୂଳଜିଲ୍ଲା ସମେତ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ମାଲକାନଗିରି, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ୧୯ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖ ପ୍ରଭାବରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଉଛି। ସେହିପରି ୨୦ ତାରିଖରେ ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଆଭ୍ୟନ୍ତରୀଣ ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ଘଡ଼ଗଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି ।

Get real time updates directly on you device, subscribe now.