fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସହ କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ରହିଛି। ଏଥିସହ ବିଭିନ୍ନ ସ୍ଥାନରେ ତାପମାତ୍ରା ୪ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବା ରହିଛି। ଆଜି ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ। ଏଥିସହ କଟକ, କୋରାପୁଟ, କଳାହାଣ୍ଡି, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି।

ତିବ ବର୍ତ୍ତମାନ ପାଇଁ ସାରା ରାଜ୍ୟରେ ଲାଗିରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ରାଜ୍ୟର ସବୁ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ଗତକାଲି ୪୦ ଡିଗ୍ରୀ ତଳକୁ ଖସିଆସିଛି । ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ ଥଣ୍ଡା ପବନ ବହିବା ଯୋଗୁଁ ପ୍ରଚଣ୍ଡ ତାତିରୁ ମୁକ୍ତି ମିଳିଛି ।

 

Get real time updates directly on you device, subscribe now.