fbpx

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବିଜୁଳି-ଘଡଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା, ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ପଶ୍ଚିମା ଝଡ଼ ସହ କାଳବୈଶାଖୀର ପ୍ରଭାବ ଜାରି ରହିଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡ଼ି ସହ କୁଆପଥର ବର୍ଷା ଏବଂ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାଗୁଡ଼ିକ ହେଲା – ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ,
ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟ।

ତେବେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି କାଳବୈଶାଖୀ ଜନିତ ବର୍ଷା ହୋଇଛି। ଏହାର ପ୍ରଭାବରେ ତାପମାତ୍ରା ମଧ୍ୟ ସାମାନ୍ୟ ହ୍ରାସ ପାଇଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୁନ୍ଦରଗଡ, ହୀରାକୁଦ, ରାଉରକେଲା ଏବଂ ବରଗଡର କେତେକ ଅଞ୍ଚଳରେ କୁଆପଥର ଜନିତ ବର୍ଷା ହୋଇଛି । ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ଏହା ଜାରି ରହିବାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ କେତେକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଗତକାଲି ରାଜ୍ୟର ସର୍ବାଧିକ ଦିନ ତାପମାତ୍ରା ମଧ୍ୟ ହ୍ରାସ ପାଇଥିଲା। ନୂଆପଡାଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୦ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

Get real time updates directly on you device, subscribe now.