fbpx

କାଳବୈଶାଖୀର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ଓ ବର୍ଷାର ସମ୍ଭାବନା: ୧୪ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: କାଳବୈଶାଖୀର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ରହିଛି। ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବର୍ଷା ସହିତ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି କନ୍ଧମାଳ, ଗଞ୍ଜାମ, ବଲାଙ୍ଗୀର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ କୁଆପଥର ବର୍ଷାର ସମ୍ଭାବନା ରହିଛି । ଏହି ସମୟରେ ପବନରବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି ରହିବ ବୋଲି ଆକଳନ କରାଯାଇଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିବ । ଉତ୍ତର ପୂର୍ବ ବାଂଲାଦେଶ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ଜାରି ରହିଛି ।

ଆଗକୁ ରାଜ୍ୟରେ ଆଉ ଏକ ପଶ୍ଚିମାଝଡ଼ ସକ୍ରିୟ ହେବାର ସମ୍ଭାବନା ରହିଛି । ଫଳରେ ୨୭ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । କାଳବୈଶାଖୀ ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି । କାଳବୈଶାଖୀ ଯୋଗୁଁ ରାଜ୍ୟରେ ତାପମାତ୍ରା ୩ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି । ତେବେ ୨୮ ତାରିଖରୁ ପାଗରେ ପରିବର୍ତ୍ତନ ସହ ପୁଣି ତାତି ବଢିବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.