fbpx

ଯାଜପୁରରେ ଆଉ ୨କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ହୋଇଥିବା ଦୁଇ ଆକ୍ରାନ୍ତ ଯାଜପୁର ଜିଲ୍ଲାର  ବୋଲି ଜଣାପଡ଼ିଛି । ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ ବର୍ତ୍ତମାନ୧୪୭ଜଣ ଆକ୍ରାନ୍ତ ଜିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.