fbpx

ଗ୍ରୀଷ୍ମ ଅବକାଶକାଳୀନ ପାଠପଢ଼ା ପାଇଁ ସ୍କୁଲଗୁଡ଼ିକୁ ଜାରି ହେଲା ମାର୍ଗଦର୍ଶିକା

ଭୁବନେଶ୍ୱର: ଆଜିଠାରୁ ଛାତ୍ରଛାତ୍ରୀଙ୍କ ପାଇଁ ଅବକାଶକାଳୀନ ପାଠପଢ଼ା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଗ୍ରୀଷ୍ମ ଅବକାଶ ସମୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାର୍ଥୀମାନଙ୍କ ପାଠପଢାକୁ ଦୃଷ୍ଟିରେ ରଖି ଏହି ଯୋଜନା
କରାଯାଇଛି । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶରେ ‘ହଲିଡେ ହୋମୱାର୍କ ପ୍ରୋଗ୍ରାମ’ ନାମରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି ।

କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ସମସ୍ତ ସ୍କୁଲ ପାଇଁ ଏସଓପି ଏବଂ ନିୟମାବଳୀ ଜାରି କରାଯାଇଛି । ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମ ସମ୍ବନ୍ଧିତ ସମସ୍ୟାର ସମାଧାନ ପାଇଁ ପ୍ରତ୍ୟେକ ଜିଲ୍ଲାରେ ସହାୟତା କେନ୍ଦ୍ର ଖୋଲାଯାଇ ବିଷୟଭିତ୍ତିକ ଓ ଅଭିଜ୍ଞ ଶିକ୍ଷକଙ୍କୁ ନିୟୋଜିତ କରାଯାଇଛି । ସରକାରୀ ଛୁଟିଦିନ ବ୍ୟତିତ ଅନ୍ୟ ସବୁଦିନ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଏହି କାର୍ଯ୍ୟକ୍ରମ ଜାରି ରହିବ । ଛାତ୍ରଛାତ୍ରୀମାନେ ଟୋଲ–ଫ୍ରି ନମ୍ବର ଜରିଆରେ ନିୟୋଜିତ ଶିକ୍ଷକଙ୍କୁ ସିଧାସଳଖ ପ୍ରଶ୍ନ ପଚାରି ପାରିବେ ।

Get real time updates directly on you device, subscribe now.