fbpx

ଆଜି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷାଫଳ, ଏପରି ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୨୩ ମାଟ୍ରିକ (୧୦ମ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ଗୁରୁବାର ପୂର୍ବାହ୍ନ ୧୦ଟାରେ ପ୍ରକାଶ ପାଇବ । କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ଏହି ପରୀକ୍ଷା ଫଳ ପ୍ରକାଶ କରାଯିବ । ଛାତ୍ରଛାତ୍ରୀ ନିଜ ମୋବାଇଲରୁ ପରୀକ୍ଷାଫଳ ଜାଣିବାକୁ ହେଲେ OR10 ନିଜର ରୋଲ୍‌ ନମ୍ବର ଲେଖି 5676750 ନମ୍ବରକୁ ଏସ୍‌ଏମ୍‌ଏସ୍‌ କଲେ ପରୀକ୍ଷାଫଳ ଜାଣିପାରିବେ। ଏହା ବ୍ୟତୀତ ବୋର୍ଡର ୱେବ୍‌ସାଇଟ୍‌ www.bseodisha.ac.in ରେ ମଧ୍ୟ ପରୀକ୍ଷାଫଳ ଉପଲବ୍ଧ ହେବ ।

ଚଳିତବର୍ଷ ମୋଟ ୫ଲକ୍ଷ ୩୨ହଜାର ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଛନ୍ତି । ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୨୧୮ ପରୀକ୍ଷା କେନ୍ଦ୍ରରେ ପରୀକ୍ଷ ଅନୁଷ୍ଠିତ ହୋଇଥିଲା । ଏପ୍ରିଲ ୩ରୁ ୧୪ ତାରିଖ ପର୍ଯ୍ୟନ୍ତ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷା ଖାତା ମୂଲ୍ୟାୟନ କରାଯାଇଥିଲା । ଛାତ୍ରଛାତ୍ରୀମାନେ ବୋର୍ଡ ୱେବସାଇଟ୍ ଓ ମୋବାଇଲ ଏମଏସଏସ ଜରିଆରେ ଦିନ ୧୨ଟା ପରେ ପରୀକ୍ଷା ଫଳ ପାଇପାରିବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.