fbpx

ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି; ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ର

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଂଚଳରେ ତାପମାତ୍ରା ୪୦ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏହାକୁ
ନେଇ ସତର୍କ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି । ଅନ୍ୟପଟେ ମାଲକାନଗିରି ଜିଲ୍ଲାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗ୍ରୀଷ୍ମପ୍ରବାହ ଏବଂ ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟା ପରିସ୍ଥିତିର ମୁକାବିଲାକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି ।

ତେବେ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ନିକୋବର ଦ୍ୱୀପ ଅଞ୍ଚଳକୁ ମୌସୁମୀ ଆଜି ଅଗ୍ରସର ହୋଇଛି । ଆଗାମୀ ୩ -୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ-ଆଣ୍ଡାମାନ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଏବଂ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଆହୁରି କିଛି ଅଂଶରେ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।

ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଜଗତ୍‍ସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.