fbpx

ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତେବେ ଉପକୂଳ ତୁଳନାରେ ପଶ୍ଚିମ ଓଡ଼ିଶାରେ ଅଧିକ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ଆହୁରି ଦୁଇ-ତିନି ଦିନ ପର୍ଯ୍ୟନ୍ତ ସ୍ଥିତି ଏହିଭଳି ଅପରିବର୍ତ୍ତିତ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଥିବାବେଳେ ଆଦ୍ରତା ୩୧ ପ୍ରତିଶତ ଥିବା ଜଣାପଡିଛି ।

ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର ର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ସେହିପରି କେନ୍ଦୁଝର, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିର କେତେକ ଅଞ୍ଚଳରେ କାଳବୈଶାଖୀ ବର୍ଷାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.