ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିପାରେ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାସହ ବାଲେଶ୍ୱର, ନୟାଗଡ଼, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ଭୁବନେଶ୍ୱର, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଅନୁଗୁଳ ଆଦି ସ୍ଥାନରେ ବର୍ଷା କିମ୍ବା ଘଡଘଡ଼ ସହ ବର୍ଷା ହେବା ସହ ୪୦ ରୁ ୫୦ କିଲୋମିଟର ବେଗରେ ପବନ ତଥା କାଳବୈଶାଖୀର ସମ୍ଭାବନା ରହିଛି ।
ଏଥିଲାଗି ଏହି ସବୁ ସ୍ଥାନରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ଓ ଝଡ଼ତୋଫାନ ହୋଇଛି । ଗଞ୍ଜାମରେ କୁଆପଥର ବର୍ଷା ରେକର୍ଡ କରାଯାଇଛି।