fbpx

ଶ୍ରୀମନ୍ଦିରରେ ଆଜି ହେବ ରାଜେନ୍ଦ୍ରାଭିଷେକ ନୀତି

ପୁରୀ: ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି । ସଂଧ୍ୟାଧୂପ ନୀତି ଶେଷହେବା ପରେ ନୀତି ହେବ । ଆଜ୍ଞାମାଳ ପାଇ ମଦନମୋହନ ଖଟକୁ ବିଜେ କରନ୍ତି । ଜଗମୋହନ ଭିତର ଅନ୍ଧାର କରାଯାଇ ଏହି ନୀତି ହୁଏ । ଏହି ନୀତି ସମୟରେ ଜୟବିଜୟ ଦ୍ବାର ବନ୍ଦ କରାଯାଏ । ନୀତି ସରିଲେ ଡଗର ରୁକ୍ମିଣୀଙ୍କ ବିବାହ ପ୍ରସ୍ତାବ ଦିଅନ୍ତି ।

ଏହା ପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରିବା ପରେ ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ,ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ। ଆସନ୍ତାକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ରୁକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ।

ସେପଟେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରଥଯାତ୍ରା ନୀତି ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମହାପ୍ରଭୁଙ୍କ ସ୍ନାନଯାତ୍ରା, ଶ୍ରୀଗୁଣ୍ଡିଚା, ବାହୁଡ଼ା, ସୁନାବେଶ, ଅଧରପଣା ଭୋଗ ଏବଂ ନୀଳାଦ୍ରି ବିଜେ ପାଇଁ ଛତିଶା ନିଯୋଗ ପ୍ରସ୍ତୁତ ନୀତି ନିର୍ଘଣ୍ଟ ଅନୁମୋଦନ କରାଯାଇଛି । ନିର୍ଦ୍ଧାରିତ ସମୟ ମଧ୍ୟରେ ମହାପ୍ରଭୁଙ୍କ ନୀତିକାନ୍ତି କିପରି ସୁରୁଖୁରୁରେ ଚାଲିବ ତା’ ଉପରେ ଗୁରୁତ୍ୱ ଦିଆଯାଇଛି।

Get real time updates directly on you device, subscribe now.