fbpx

ରାଜ୍ୟରେ ୨ ଦିନ ପାଇଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ: ଆଜି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଗାମୀ ୨ ଦିନ ପାଇଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ପ୍ରକୋପ ରହିବ । ଏଥିପାଇଁ ଭୁବନେଶ୍ୱର ସ୍ଥିତ କିଛି ଜିଲ୍ଲାକୁ ହିଟ୍ ୱେଭ୍ ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଶୁକ୍ରବାର ଝାରସୁଗୁଡା , ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଦେଖାଦେବ ।

ଏଥିନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟ ମଧ୍ୟରେ ମୟୁରଭଂଜ, ବାଲେଶ୍ୱର, ଭଦ୍ରକ ଗଂଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି । ଏଥିପାଇଁ ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଶନିବାର ଦିନ ଝାରସୁଗୁଡା , ସମ୍ବଲପୁର, ସୁନ୍ଦରଗଡ ଓ କେନ୍ଦୁଝର ଜିଲ୍ଲାରେ ହିଟ୍ ୱେଭ୍ ପାଇଁ ଚେତାବନୀ ଜାରି କରାଯାଇଛି ।

Get real time updates directly on you device, subscribe now.