fbpx

ରାଜ୍ୟରେ ଆଉ ୩କରୋନା ଆକ୍ରାନ୍ତ ଚିହ୍ନଟ, କଟକକୁ ଫେରିଲା କରୋନା

ଭୁବନେଶ୍ୱର, ୫ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୩କୁ ବୃଦ୍ଧି ପାଇଛି । ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ବାଲେଶ୍ୱରର ଓ ଜଣେ କଟକର ତିଗିରିଆ ଅଞ୍ଚଳର । ବାଲେଶ୍ୱରେ ପଜିଟିଭ ସଂଖ୍ୟା ୨୩ରେ ପହଞ୍ଚି ଥିବା ବେଳେ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ପହଞ୍ଚିଛି । ବାଲେଶ୍ୱରର ଦୁଇ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା ଓ କଟକରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ସୁରତରୁ ଫେରିଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଥିବା ବେଳେ ୬୦ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ଓଡ଼ିଶାରେ ଏବେ ଆକ୍ଟିଭ କେସ୍ ୧୧୨ ରହିଛି ।

Get real time updates directly on you device, subscribe now.