ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ନିଆଯାଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ୧୫ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ଖୁବଶୀଘ୍ର ଏହି ପ୍ରସ୍ତାବଗୁଡିକ ଲାଗୁ କରାଯିବ ବୋଲି ଆଶା କରାଯାଉଛି । ରାଜ୍ୟ କ୍ୟାବିନେଟରେ ଏହି ଗୁରୁତ୍ୱପୂର୍ଣ୍ଣ ୧୫ଟି ପ୍ରସ୍ତାବ ପାରିତ ହୋଇଛି । ସଉରା ଭାଷାକୁ ଅନୁଚ୍ଛେଦରେ ସାମିଲ ପ୍ରସ୍ତାବ ମଧ୍ୟ ଏହି ବୈଠକରେ ପାରିତ ହୋଇଛି । ଏ ନେଇ କେନ୍ଦ୍ରକୁ ପ୍ରସ୍ତାବ ପଠାଯିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବଗୁଡିକୁ ମଧ୍ୟ ଗ୍ରୀନ ସିଗନାଲ ଦିଆଯାଇଛି ।