fbpx

ଜଟିଳ ମାଂସପେଶୀ ରୋଗର ଚିକିତ୍ସା ନିମନ୍ତେ ତିନି ରୋଗୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ମଂଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ତିନିଜଣ ରୋଗୀ ଯଥା ଖନ୍ତାପଡାର ଶ୍ରୀ କିରଣ କୁମାର ମଲ୍ଲିକ, ଖନ୍ତାପଡାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ବିଦ୍ୟାଂଶୁ ଦୀକ୍ଷିତ, ଜଟିଳ ମାଂସପେଶୀ ରୋଗ Duchenne Muscular Dystrophy ପୀଡିତ ଅଛନ୍ତି । ସେମାନଙ୍କ ଉତ୍ତମ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୩୦ ଲକ୍ଷ ଟଙ୍କା ମଂଜୁର କରିଛନ୍ତି । ଉପରୋକ୍ତ ତିନି ଜଣ ରୋଗୀଙ୍କୁ ପ୍ରତ୍ୟେକ ଏକକାଳୀନ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ମଂଜୁର କରାଯାଇଛି । ସୂଚନାଯୋଗ୍ୟ ଯେ DMD ରୋଗର ଚିକିତ୍ସା ଅତ୍ୟନ୍ତ ବ୍ୟୟବହୁଳ ଅଟେ।

Get real time updates directly on you device, subscribe now.