fbpx

ଯାଜପୁରରେ ଆଉ ଜଣେ ପଜିଟିଭ୍, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି

ଭୁବନେଶ୍ୱର, ୬ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ୧୭୯କୁ ବୃଦ୍ଧି ପାଇଛି । ଆକ୍ରାନ୍ତ ଜଣକ ଯାଜପୁରର ବୋଲି ଜଣାପଡ଼ିଛି । ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନାରେ ୧୭୯ଜଣ ଆକ୍ରାନ୍ତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଓଡ଼ିଶାରେ ୧୧୭ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.