fbpx

୩ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍ ସିଟିରେ ଲାଗି ରହିବ ବର୍ଷା! ଏହି ଜିଲ୍ଲାମାନଙ୍କୁ ଜାରି ହେଲା ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । କଟକ, ଭୁବନେଶ୍ୱରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ସେହିପରି ଅନ୍ୟାନ୍ୟ ଜିଲ୍ଲାରେ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ଲାଗିରହିଛି ।

ସୂଚନା ଅନୁଯାୟୀ, ଏହି ବର୍ଷା ଯୋଗୁଁ ଢେଙ୍କାନାଳ, ଅନୁଗୁଳ, ବେଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା ଅଲର୍ଟ କରାଯାଇଛି । ସେହିପରି ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ମଧ୍ୟ ଆଲର୍ଟ ଜାରି ହୋଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ତେବେ ୨୭ ତାରିଖରେ ଝାଡ଼ଖଣ୍ଡ ସମେତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.