fbpx

ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା; ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ ସକ୍ରିୟ ରହିଛି । ଏହାସହ ନିମ୍ନ ଚାପରେଖାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବା ନେଇ ନୂଆପଡା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

ଏଥିସହ ୨୮ ତାରିଖ ଦିନ ମଧ୍ୟ ରାଜ୍ୟର କିଛି ସ୍ଥାନ ଯଥା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାପରେ ରାଜ୍ୟରେ ବର୍ଷାର ବିଶେଷ ସମ୍ଭାବନା ନଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ସଂଲଗ୍ନ ଅଞ୍ଚଳରେ ପାଗ ମେଘୁଆ ରହିବ। ଅଳ୍ପ ବର୍ଷା ମଧ୍ୟ ହୋଇପାରେ। ଦିନ ସର୍ବାଧିକ ତାପମାତ୍ରା ୩୦ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

Get real time updates directly on you device, subscribe now.