fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୭ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ଜଣାପଡ଼ିଛି । ଏହାସହ ଓଡ଼ିଶାରେ ୬୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୦୫ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୨ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଓଡ଼ିଶାରେ ୧୪୧ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.