fbpx

ରାଜ୍ୟରେ ଆଉ ୩ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୨୦୯କୁ ବୃଦ୍ଧି

ଭୁବନେଶ୍ୱର, ୭ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ୩ ଜଣଙ୍କ ମଧ୍ୟରୁ ବାଲେଶ୍ୱରର ୨ଜଣ ହୋଇଥିବା ବେଳେ ଜଣେ ଜଗତସିଂହପୁରର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭କୁ ବୃଦ୍ଧି ପାଇଥିବା ବେଳେ ଜଗତସିଂହପୁରରେ ୫ରେ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି । ବାଲେଶ୍ୱରର ଦୁଇ ଯୁବକ ଆକ୍ରାନ୍ତଙ୍କ ବୟସ ୨୬, ୨୯ ହୋଇଥିବା ବେଳେ ସେମାନେ ସରତରୁ ଫେରିଥିଲେ । ସେହିପରି ଜଗତସିଂହପୁର ଆକ୍ରାନ୍ତ ଜଣକ ୭୦ବର୍ଷିୟ ବୃଦ୍ଧ , ସେ ପଶ୍ଚିମବଙ୍ଗରୁ ଫେରିଥିଲେ ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୦୯ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୨ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଓଡ଼ିଶାରେ ୧୪୫ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.