fbpx

ରାଜ୍ୟରେ କାଲିଠାରୁ ବର୍ଷିବ ପ୍ରବଳ ବର୍ଷା, ବିଭିନ୍ନ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ବାୟୁ ପ୍ରବେଶ କରିଛି । ଏନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି ରଖିଛନ୍ତି । ୫ ଦିନ ଲାଗି ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।

ବଙ୍ଗୋପସାଗରର କେନ୍ଦ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବ ଓଡ଼ିଶାର ଦକ୍ଷିଣ ଉପକୂଳର କିଛି ଜିଲ୍ଲାରେ ପଡ଼ିବ ବୋଲି କୁହାଯାଇଛି । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବାନା ରହିଛି । ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆସନ୍ତା କାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଏବଂ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ବୋଲି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏଭଳି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରାଯାଇଛି।

Get real time updates directly on you device, subscribe now.