fbpx

ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ, ୧୫ ଦିନରେ ହେବ ବିଭାଗୀୟ ସମୀକ୍ଷା

ଭୁବନେଶ୍ୱର: ସମସ୍ତ ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ କରିବା ନିମନ୍ତେ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ
ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମ ଫଳକ ଲେଖିବା ଆବଶ୍ୟକତା ସଂପର୍କରେ ଶ୍ରୀ ସାହୁ ଗୁରୁତ୍ୱାରୋପ କରିଛନ୍ତି ।

ଏ ସଂକ୍ରାନ୍ତୀୟ ଆଇନର କଡ଼ାକଡ଼ି ଅନୁପାଳନ ନିମନ୍ତେ ଶ୍ରମ ଆୟୁକ୍ତ, ଜିଲ୍ଲା ଶ୍ରମ ଅଧିକାରୀ, ପୌର ନିର୍ବାହୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହି ବୈଠକରେ ୫୩ ହଜାର ୫୩୪ଟି ପଞ୍ଜୀକୃତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ମଧ୍ୟରୁ ୪୮ ହଜାର ୫୪୭ଟି ପ୍ରତିଷ୍ଠାନରେ ନାମଫଳକ ଲେଖାଯାଇଥିବା ବେଳେ ୨୭ଟି ଖିଲାପକାରୀ ପ୍ରତିଷ୍ଠାନ ବିରୁଦ୍ଧରେ ଜରିମାନା ଆଦାୟ ସହ ମକଦ୍ଦମା କରାଯାଇଛି ବୋଲି ଶ୍ରମ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.