fbpx

କଟକ-ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ସର୍ଭେ ଆରମ୍ଭ

ଭୁବନେଶ୍ୱର: କଟକ-ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । କଟକର ତ୍ରିଶୂଳିଆ ଛକରୁ ଭୁବନେଶ୍ୱରର ରାଜଭବନ ଛକ ଯାଏ ୨୪ଟି ସ୍ଥାନରେ ଜିଓ ଟେକନିକାଲ ଇନଭେଷ୍ଟିଗେସନ ହେବ । ଏବେ ୩୦ ଫୁଟ ତଳରୁ ମାଟି ଖନନ କରାଯାଉଛି । ୧୦୦ ଫୁଟ ମାଟି ତଳର ସ୍ଥିତି ନେଇ ଚାଲିଛି ସର୍ଭେ ।

ତ୍ରିଶୁଳିଆ-ବାରଙ୍ଗ ମଝିରେ ୪ଟି ଟିମ କାମ କରୁଛନ୍ତି । ପ୍ରତି ଦେଢ଼ ମିଟର ତଳର ମାଟିକୁ ପରୀକ୍ଷା କରାଯିବ । ଲ୍ୟାବରେ ପରୀକ୍ଷା ପରେ ଡିପିଆର ପ୍ରସ୍ତୁତ କରି ଦିଲ୍ଲୀ ମେଟ୍ରୋ ରେଲ କର୍ପୋରେସନ ରାଜ୍ୟ ସରକାରଙ୍କୁ ଦେବ ।

ସୂଚନାଯୋଗ୍ୟ, ଖୁବ୍ ଶୀଘ୍ର ଓଡ଼ିଶାରେ ବହୁ ପ୍ରତୀକ୍ଷିତ ମେଟ୍ରୋ ରେଳ ପ୍ରକଳ୍ପ ଆରମ୍ଭ ହେବ । କଟକ-ଭୁବନେଶ୍ୱର-ଖୋର୍ଦ୍ଧା-ପୁରୀକୁ ସଂଯୋଗ କରି ଏହି ମେଟ୍ରୋ ରେଳ ଚଳାଚଳ କରିବ । ପ୍ରଥମ ପର୍ଯ୍ୟାୟରେ କଟକର ତ୍ରିଶୁଳିଆରୁ ଭୁବନେଶ୍ୱର ବିମାନବନ୍ଦର ମଧ୍ୟରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ।

Get real time updates directly on you device, subscribe now.