fbpx

ମୌସୁମୀର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା; ପ୍ରବଳ ବର୍ଷା ହେବା ନେଇ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ମୌସୁମୀର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଳା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ ମୌସୁମୀ ଜନିତ ନିମ୍ନ ଚାପରେଖା ଉତ୍ତରଦିଗକୁ ଗତି କରୁଥିବାରୁ ରାଜ୍ୟରେ ବର୍ଷାର ପରିମାଣ କମିଛି । ଜୁନ୍‍ ପହିଲାରୁ ଗତକାଲି ମଧ୍ୟରେ ସମୁଦାୟ ୨୭ ପ୍ରତିଶତ କମ୍‍ ବର୍ଷା ହୋଇଛି । ୧୮ଟି ଜିଲ୍ଲାରେ ସ୍ୱାଭାବିକ୍‍ରୁ କମ୍‍ ବର୍ଷା ହୋଇଥିବାବେଳେ କଳାହାଣ୍ଡି ଜିଲ୍ଲାରେ ଗତକାଲି ପର୍ଯ୍ୟନ୍ତ ୬୬ ପ୍ରତିଶତ ନିଅଣ୍ଟିଆ ବର୍ଷା ସ୍ଥିତି ସୃଷ୍ଟି ହୋଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ତେବେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ୧୮ ତାରିଖରେ ଓଡ଼ିଶା ସଲଗ୍ନ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଅନୁମାନ କରାଯାଇଛି ।

Get real time updates directly on you device, subscribe now.