fbpx

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ରବିବାର ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ଓଡ଼ିଶାରେ ସକ୍ରିୟ ହେବ ମୌସୁମୀ

ଭୁବନେଶ୍ୱର: ମୌସୁମୀର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ରବିବାର ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବର୍ଷାର ପରିମାଣ ବଢ଼ିପାରେ ।

ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ଘୂର୍ଣ୍ଣିଝଡ ସହ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.