fbpx

ଉତ୍ତର ଓଡ଼ିଶା ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ; ଅତିପ୍ରବଳ ବର୍ଷା ହେବା ନେଇ ୮ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାଶ୍ୱର୍ବର୍ତ୍ତୀ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଝାରଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିଭଳି ପ୍ରବଳ ବର୍ଷା ହେବା ନେଇ ୧୧ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭ ଦଶମିକ ୩ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏହା ସ୍ୱାଭାବିକ ବର୍ଷା ୧୩ ଦଶମିକ ୫ ମିଲିମିଟର ତୁଳନାରେ ୧୦୩ ପ୍ରତିଶତ ଅଧିକ ବୋଲି ଜଣାପଡ଼ିଛି। ସେହିଭଳି ଝାରସୁଗୁଡ଼ା ଜିଲ୍ଲାର କିର୍ମିରା ଠାରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ ହୋଇଛି।

Get real time updates directly on you device, subscribe now.