fbpx

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭

ଭୁବନେଶ୍ୱର, ୯/୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ମୟୁରଭଞ୍ଜ ଜିଲ୍ଲାର। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୭ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଓଡ଼ିଶାରେ ୨୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି।

Get real time updates directly on you device, subscribe now.