ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ । ଘୂର୍ଣ୍ଣିବଳୟର ପ୍ରଭାବରେ ରାଜ୍ୟରେ ଆଜିଠାରୁ ବଢିବ ବର୍ଷା । ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ସୂଚନା ଅନୁଯାୟୀ, ବୁଧବାର ଅର୍ଥାତ ଆଜି ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଓ ବରଗଡ ଆଦି ଅଞ୍ଚଳରେ ପ୍ରବଳରୋ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଗଞ୍ଜାମ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର , ନବରଙ୍ଗପୁର, କେନ୍ଦ୍ରପଡା, ଭନ୍ଦ୍ରକ, ଯାଜପୁର ଓ ଦେବଗଡ଼ ଆହି ଅଞ୍ଜଳରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଏଭଳି ପରିସ୍ଥିତିରେ ପାହାଡ଼ିଆ ଅଞ୍ଚଳରେ ଭୁସ୍କଳନ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସତର୍କ ସୂଚନା ଜାରି କରାଯାଇଛି ।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳରେ ଭୂସ୍କଳନର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେତୁ ଆକସ୍ମାତ ବନ୍ୟା ପରିସ୍ଥିତି ଉପୁଜିପାରେ । ଏନେଇ ତଳୁଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ଥିବା ସହ ସହର ଅଞ୍ଚଳରେ ଟ୍ରଅଫିକ ଜନିତ ସମସ୍ୟା ଉପୁଜିବାର ସମ୍ଭାବନା ରହିଛି ।