fbpx

୨୪ ଘଣ୍ଟାରେ ବୁଡ଼ିବ ରାଜ୍ୟର ୧୨ଟି ଜିଲ୍ଲା: ପ୍ରବଳରୁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ ଜନିତ ବର୍ଷା । ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଆହୁରି ଘନୀଭୂତ ହେବା ସହ ରାଜ୍ୟର ବିଭିନ୍ନ ଅଞ୍ଚଳ ପାଇଁ ପ୍ରବଳ ବର୍ଷାର ସମ୍ଭାବନା ସୃଷ୍ଟି କରିଛି । ଏହା ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏଖ ସଦୃଶଃ ଲଘୁଚାପ କ୍ଷେତ୍ରର ରୂପ ନେଇଛି । ଯାହା ଫଳରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ତଥା ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।

ତେବେ ଏହି ଲଘୁଚାପ ଆଗକୁ ଆହୁରି ଘନୀଭୂତ ହେବା ସହ ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେଇପାରେ । ଏହାପରେ ଧିରେ ଧିରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିପାରେ ଏହି ଲଘୁଚାପ । ଏହାବ୍ୟତୀତ ଲଘୁଚାପ ଉତ୍ତର-ଆନ୍ଧ୍ରପ୍ରଦେଶ ତଥା ଦକ୍ଷିଣଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରିବାର ଅନୁମାନ କରାଯାଉଛି । ତେବେ ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବରାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିପରି ଅନ୍ୟ ୮ଟି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

ଏଥିପାଇଁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଗଞ୍ଜାମ, ଗଜପତି, କୋରାପୁଟ ଏବଂ ମାଲକାନାଗିରି ଇତ୍ୟାଦି ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶାଙ୍କା କରାଯାଇଛି । ତେଣୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହିସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.