fbpx

ସାବଧାନ ! ଲଘୁଚାପର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା : ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଓ ୧୨ଟି ଜିଲ୍ଲାକୁ ୟେଲୋ

ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଯୋଗୁଁ ରାଜ୍ୟରେ ବଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଜଗତସିଂହପୁର ଓ ପୁରୀକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ।

ରାଜ୍ୟରେ ୪ ରୁ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା … ଅନ୍ୟପଟେ ବିଶେଷଜ୍ଞଙ୍କ ଆକଳନ ଯେ ୪ ରୁ ୧୭ ତାରିଖ ଯାଏଁ ସାମାନ୍ୟ କମିବ ବର୍ଷାର ପରିମାଣ । ଉତ୍ତର ପଶ୍ଚିମ ବଙ୍ଗୋପ ସାଗରର ସୃଷ୍ଟ ଲଘୁଚାପ ଉତ୍ତର ଓଡ଼ିଶାରେ ସକ୍ରିୟ ରହିବ। ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଅଗଷ୍ଟ ୨ ତାରିଖ ଯାଏଁ ଉତ୍ତରର କିଛି ଅଞ୍ଚଳରେ ଓ ଉପକୂଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଅଗଷ୍ଟ ୧ ସକାଳ ଯାଏଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଛି । ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁରକୁ ସତର୍କ ସୂଚନା ଦେଇଛି ବିଭାଗ ।

ଏହି ସବୁ ଜିଲ୍ଲା ଗୁଡ଼ିକର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପରବର୍ତ୍ତୀ ଦୁଇ ଦିନ ମଧ୍ୟ ବିଭିନ୍ନ ଜିଲ୍ଲା ଜାରି ରହିବ ପ୍ରବଳ ବର୍ଷା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ଟି ସ୍ଥାନରେ ୧୦୦ ମି.ମି.ରୁ ଅଧିକ ବୃଷ୍ଟିପାତ ହୋଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.