fbpx

Video: ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା; ଅତିପ୍ରବଳ ବର୍ଷା ହେବା ନେଇ ୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶା ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି
ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ମୟୁରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୬ଟି ଜିଲ୍ଲା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ବୌଦ୍ଧ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବାବେଳେ ମୟୁରଭଞ୍ଜ ଜିଲ୍ଲାର ଠାକୁର ମୁଣ୍ଡା ଠାରେ ସର୍ବାଧିକ ୮ ସେଣ୍ଟମିଟର ବର୍ଷା ରେକର୍ଡ ହୋଇଛି ।

Get real time updates directly on you device, subscribe now.